ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ମନା

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶାରେ ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା। ୧୦ ବର୍ଷରୁ ଊର୍ଦ୍ଧ୍ବ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ ଲାଗିଲା କଟକଣା। ପୁରୁଣା ଗାଡ଼ିକୁ ନୂଆ ପରମିଟ୍ ମଧ୍ୟ ପ୍ରଦାନ ନ କରିବାକୁ ନିଷ୍ପତ୍ତି। ଏପରି ଗାଡ଼ିର ମାଲିକାନା ହସ୍ତାନ୍ତର କିମ୍ବା କୌଣସି ଟିକସ ଗ୍ରହଣ ଉପରେ ବି ଅଙ୍କୁଶ।STA ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଲାଗୁ କରିବାକୁ RTOଙ୍କୁ ନିର୍ଦ୍ଦେଶ।

ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ । ୧୯ ଜୁଲାଇ ୨୦୨୩ ଏସଟିଏ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ । ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ୧୯ ଜୁଲାଇ ୨୦୨୩ରେ ରାଜ୍ୟ ପରିବହନ ପ୍ରାଧିକରଣର ୩୦୧ତମ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି ।

Leave A Reply

Your email address will not be published.