କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଝଡ଼ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଝଡ଼ ବର୍ଷା । ଟକ ଓ ଭୁବନେଶ୍ୱର ସହିତ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି ।

ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି । ବିଶେଷକରି ଆଜି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ପୁରୀ, କଟକ, କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ସହ ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକରେ ପାହାନ୍ତିଆ ସମୟରୁ ଲାଗି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ବର୍ଷାର ମାତ୍ରା ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ଭାରି ବର୍ଷା ନେଇ ଯାଜପୁର, କଟକ, ନୟାଗଡ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ଜିଲ୍ଲାଗୁଡିକ ହେଲେ ଗଞ୍ଜାମ, ଗଜପତି, ରାୟଗଡା, ପୁରୀ, ଅନୁଗୁଳ, ବୌଦ୍ଧ, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର । ସେହିପରି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ଏହି ବର୍ଷାର ପ୍ରଭାବ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମଧ୍ୟ ଜାରି ରହିବ ।

Leave A Reply

Your email address will not be published.