ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ଓ କଳାବଜାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ:  ମନ୍ତ୍ରୀଙ୍କ ନିର୍ଦ୍ଦେଶ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ବନ୍ୟା ପରିସ୍ଥିତି ମଧ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ରଖି କଳାବଜାରୀ କରୁଥିବା ଅସାଧୁ ବ୍ୟବସାୟୀ ମାନଙ୍କ ବିରୁଦ୍ଧରେ କଠୋର କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାର ସତର୍କ କରି ଦେଇଛନ୍ତି । ବନ୍ୟା ପ୍ରଭାବିତ ଜିଲ୍ଲାମାନଙ୍କରେ ଅସାଧୁ ବ୍ୟବସାୟୀମାନେ ଯେପରି ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ରଖି କଳାବାରୀ ନକରନ୍ତି ସେ ନେଇ ସତର୍କ ଦୃଷ୍ଟି ରଖିବା ସହିତ ସ୍ୱତନ୍ତ୍ର ସ୍କ୍ୱାଡ୍ ଗଠନ କରି ଯାଂଚ ଓ ଚଢାଉ କରିବାକୁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ନାୟକଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ପ୍ରମୁଖ ସଚିବ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କୁ ପତ୍ରଲେଖି ଆବଶ୍ୟକ ପଦକ୍ଷେପ ନେବାକୁ କହିଛନ୍ତି ।
ଏଠାରେ ଉଲଲ୍ଲେନୀୟ କି ସାଧାରଣତଃ ବନ୍ୟା , ବାତ୍ୟା ଭଳି ପ୍ରକୃତିକ ବିପର୍ଯୟ ସମୟରେ କେତେକ ଅସାଧୁ ମୁନାଫାଖୋର ବ୍ୟବସାୟୀ ପନିପରିବା ଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ କରି ଥାଆନ୍ତି । ସେମାନେ ବଜାରରେ କୃତ୍ରିମ ଅଭାବ ସୃଷ୍ଟି କରି ଅଧିକ ଦରରେ ବିକ୍ରି କରଥାନ୍ତି । ଏହି ପରିପ୍ରେକ୍ଷୀରେ ବନ୍ୟା ଜନିତ ପରିସ୍ଥିତିରେ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.