ଓଡ଼ିଆ ନ୍ୟୁଜ୍: ଦୁଇ ଦୁଇ ଥର ବାତିଲ ଓଟିଇଟି ପରୀକ୍ଷାଦେଲେ ବିଦ୍ୟାର୍ଥୀ। ଆଜି ରାଜ୍ୟବ୍ୟାପୀ ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୬ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୯୭ ହଜାରରୁ ଅଧିକ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି। ପରୀକ୍ଷାରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।
ଆଜି ପ୍ରଥମ ସିଟିଂ ୯ଟାରୁ ସାଢ଼େ ୧୧ଟା ଯାଏ ଚାଲିବ। ଏଣେ ଦ୍ବିତୀୟ ସିଟିଂର ସମୟ ରହିଛି ଅପରାହ୍ଣ ୨ଟାରୁ ସାଢ଼େ ୪ଟା ବୋଲି ଜଣାଯାଇଛି।