ଓଡ଼ିଆ ନ୍ୟୁଜ୍: ଗିରଫ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମା । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ଉପଜିଲ୍ଲାପାଳ ଧୀମାନଙ୍କ ଘରୁ ଆଉ ୪୭ ଲକ୍ଷ ମିଳିଥିଲା । ରେଡ୍ ପରେ IAS ଧୀମାନ ଚକ୍ମାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜୟପାଟଣା ଅଞ୍ଚଳର ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲାବେଳେ ରେଡ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ ।ସୂଚନା ଅନୁସାରେ, ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା ଜୟପାଟଣା ବ୍ଲକ ଆମଯୋର ଅଞ୍ଚଳର ଜଣେ କ୍ରସର ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନ ଭୟ ଦେଖାଇ ୨୦ ଲକ୍ଷ ଟଙ୍କା ଦାବି କରିଥିଲେ ।
କ୍ରସର ମାଲିକ ଅନ୍ୟ ଉପାୟ ନପାଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପ୍ରଥମ କିସ୍ତି ବାବଦରେ ୧୦ ଲକ୍ଷ ନେବା ପାଇଁ ଡିଲ୍ ହୋଇଥିଲା । ସେହି ସମୟରେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଜଗି ରହିଥିଲା । ଆଉ ଉପଜିଲ୍ଲାପାଳ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି।