କରଞ୍ଜିଆ ଠାରେ ଜିଲ୍ଲାପାଳଙ୍କ ଦ୍ୱାରା ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  କରଞ୍ଜିଆ ଠାରେ ଜିଲ୍ଲାପାଳଙ୍କ ଦ୍ୱାରା ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣିର ମୋଟ ୮୪ ଟି ଅଭିଯୋଗ ର ହେଲା ଶୁଣାଣୀ| ଆଜି କରଞ୍ଜିଆ ପାଞ୍ଚପୀଡ଼ ଉପଖଣ୍ଡ କରଞ୍ଜିଆ ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ପାଞ୍ଚପୀଡ଼ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରେମାଂଶୁ ଚାନ୍ଦ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନ ରେ ଆୟୋଜିତ ହୋଇଥିଲା  | ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ବନଖଣ୍ଡ ଅଧିକାରୀ ଶ୍ରୀକାନ୍ତ ନାଏକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସୁବ୍ରତ କୁମାର ଯୋଗ ଦେଇଥିଲେ |

ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ| ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୮୪ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୭୦ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୪ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା | ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ ୫ ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ଅଭିଯୋଗ ର ଗୁରତ୍ୱ କୁ ବିଚାର କରି ୩ ଜଣ ଆବେଦନ କାରୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ପ୍ରତ୍ୟେକ ଙ୍କୁ ୧୦୦୦୦/- ଟଙ୍କା ଲେଖାଏଁ ମୋଟ ୩୦୦୦୦/-ଟଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି |

ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ | ଅନୁଷ୍ଠିତ ଉକ୍ତ ବୈଠକ ରେ କରଞ୍ଜିଆ ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା |

Leave A Reply

Your email address will not be published.