ଓଡ଼ିଆ ନ୍ୟୁଜ୍: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା।ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲା ଭେଟି ଅନୁଭୂତି ବଖାଣିଲେ।ଇଣ୍ଟରନ୍ୟାସନାଲ୍ ସ୍ପେଶ୍ ଷ୍ଟେସନ ଯାତ୍ରା ନେଇ ଅନୁଭୂତି ରଖିଲେ। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ – ଗଗନଯାନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ।
ଏକ୍ସରେ ଏକ ପୋଷ୍ଟରେ ମୋଦୀ ଲେଖିଛନ୍ତି ଯେ “ଶୁଭାଂଶୁ ଶୁକ୍ଳାଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି। ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ। ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ।’’