କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ସୁରେଶ ପୂଜାରୀ

0

ଓଡ଼ିଆ ନ୍ୟୁଜ୍: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ସୂଚନା। କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ କହିଲେ। ନିଗମ ବୋର୍ଡ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇସାରିଛି।ଦଳ ଓ ସରକାର ଏହା ଭିତରେ ଚୟନ ପ୍ରକ୍ରିୟା ଆରମ୍ଭ କରି ସାରିଛନ୍ତି। ସମ୍ଭବତଃ ଖୁବଶୀଘ୍ର ଏହା ଶେଷ ହେବ।

ସେହିପରି ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ସମ୍ପ୍ରସାରଣ ମୁଖ୍ୟମନ୍ତ୍ରୀଙ୍କ ଅଧିକାର। ଯେହେତୁ ଆବଶ୍ୟକତା ଅଛି, କିଛି ପଦବୀ ବି ଫାଙ୍କା ଅଛି, ମୁଖ୍ୟମନ୍ତ୍ରୀ ଯେବେ ଚାହିଁବେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ କରିପାରିବେ। ଯଦି କେଉଁ ନୂଆ ସଦସ୍ୟଙ୍କୁ ଯୋଡିବାକୁ ଚାହିଁବେ ତାହା ମଧ୍ୟ କରିପାରିବେ। କିନ୍ତୁ ମୁଖ୍ୟମନ୍ତ୍ରୀ ଯେତେବେଳେ ଚାହିଁବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରିବେ ।

Leave A Reply

Your email address will not be published.