ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ

0

ଓଡ଼ିଆ ନ୍ୟୁଜ୍: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ନେଇ ଆଲର୍ଟରେ ପ୍ରଶାସନ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା। ‘ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି’।’ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି’।ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି।’କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା ଏଯାଏଁ କେବଳ ବର୍ଷା ଆକଳନ କରିଛି’। ‘ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା।’ଦକ୍ଷିଣ ଓଡ଼ିଶାରେ ରେଡ୍ ଓ ଉପକୂଳରେ ଅରେଞ୍ଜ ଆଲର୍ଟ ରହିଛି’।

ରାଜସ୍ୱ ମନ୍ତ୍ରୀ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି। କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି। ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି। ଉପକୂଳ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟରେ ରଖିଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ। ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ କମ ହେଲେ ବି ତାର ମୁକାବିଲା କରାଯିବ।

Leave A Reply

Your email address will not be published.