ସୁଶୀଲ ମେହେର ହେଲେ ଧନୁଯାତ୍ରା କଂସ

0

ଓଡ଼ିଆ ନ୍ୟୁଜ୍:ବରଗଡ଼ ଧନୁଯାତ୍ରା ପାଇଁ ଘୋଷଣା ହେଲା କଂସଙ୍କ ନାଁ।ବରଗଡ଼ ଭେଡେନ୍‌ର ସୁଶୀଲ ମେହେର ହେବେ କଂସ।୨୦୨୫-୨୬ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ।ସୁଶୀଲ ମେହେରଙ୍କ ନାଁ ଘୋଷଣା କଲେ ଅତିରିକ୍ତ ଜିଲ୍ଲାପାଳ। ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି। ଏଥିରେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଲ ମେହେର ବରଗଡ଼ କଂସ ଅଭିନେତା ଭାବେ ମନୋନୀତ ହୋଇଛନ୍ତି।

ସେହିପରି ପ୍ରଭାସ କୁମାର ତ୍ରିପାଠୀ ମୁଷ୍ଟିକ, ହିମାଂଶୁ ସାହୁ ଚାଣୁର, ଆର୍ତ୍ତତ୍ରାଣ ମହାପାତ୍ର ଉଗ୍ରସେନ, କାମରାଜ ଭୋଇ ନାରଦ, ମନୋଜ ସାହୁ ବସୁଦେବ, ଜଗନ୍ନାଥ ସାହୁ ଅକ୍ରୂର, ଜଗବନ୍ଧୁ ମହାଲିଙ୍ଗ ସାର୍ତ୍ତକୀ, ଅମ୍ବାଭୋନାର ହେମନ୍ତ ପ୍ରଧାନ ସେନାପତି, ଗୁଲାବ ଚନ୍ଦ୍ର ଦାଶ ମହାମନ୍ତ୍ରୀ ଚରିତ୍ର ପାଇଁ ଚୟନ ହୋଇଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତି ଉପସଭାପତି ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏହା ଘୋଷଣା କରିଛନ୍ତି।

 

 

Leave A Reply

Your email address will not be published.