ନିଲମ୍ବିତ ୪ ପୁଲିସ୍‌ କର୍ମଚାରୀଙ୍କ ହେବ ପଲିଗ୍ରାଫ ଟେଷ୍ଟ!

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ଜଣଙ୍କ ପୁଲିସ କର୍ମଚାରୀଙ୍କ ହେବ ପଲିଗ୍ରାଫ ଟେଷ୍ଟ।  ସେମାନଙ୍କ ମଧ୍ୟରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ନିମନ୍ତେ ମିଳି ସାରିଛି ଅନୁମତି। ଏବେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ନିମନ୍ତେ ଆଉ ୪ ନିଲମ୍ବିତ ପୁଲିସ୍‌ କର୍ମଚାରୀଙ୍କର ବି ହୋଇପାରେ ପଲିଗ୍ରାଫ ଟେଷ୍ଟ ।

ଏଥିନିମନ୍ତେ କ୍ରାଇମବ୍ରାଞ୍ଚ ପକ୍ଷରୁ ଆଜି ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟରେ ଆବେଦନ କରାଯାଇଛି | ପଲିଗ୍ରାଫ୍‌‌ ଟେଷ୍ଟ ସହିତ ଆବଶ୍ୟକ ପଡ଼ିଲେ ଲାଏ ଡିଟେକ୍ସନ ଓ ବ୍ରେନ ମ୍ୟାପିଂ ଟେଷ୍ଟ ହୋଇପାରେ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୋର୍ଟରେ ଆବେଦନ କରାଯାଇଛି। ନିଲମ୍ବିତ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ସହମତି ମଗାଯାଇଛି, ଖୁବଶୀଘ୍ର ଏନେଇ କୋର୍ଟଙ୍କ ନିଷ୍ପତ୍ତି ଆସିବା ପରେ ପଲିଗ୍ରାଫ୍‌‌ ଟେଷ୍ଟ କରାଯିବ।

ନିଲମ୍ବିତ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ଶୈଳମୟୀ ସାହୁ, ଏଏସଆଇ ସାଗରିକା ରଥ ଓ କନଷ୍ଟେବଳ ବଳରାମ ହାଁସଦା। ଗତ ୨୫ତାରିଖରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ ଟେଷ୍ଟ କରିବାକୁ ଭୁବନେଶ୍ୱର ଏସଡିଜେଏମ୍‌‌ କୋର୍ଟ ଅନୁମତି ଦେଇଥିଲେ। ଏଥିନିମନ୍ତେ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ। ସେଠାରେ ତାଙ୍କର ପଲିଗ୍ରାଫ୍‌ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଂ ଟେଷ୍ଟ ବି ହେବ । ଏବେ ଏହି ମାମଲାରେ ସମ୍ପୃକ୍ତି ଅଭିଯୋଗରେ ନିଲମ୍ବିତ ହୋଇଥିବା ଆଉ ୪ ପୁଲିସ୍‌ କର୍ମଚାରୀଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ ବି ଆବେଦନ କରାଯାଇଛି।

Leave A Reply

Your email address will not be published.