ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଦୁଇ ଦିନ ପରେ ଜାଡ଼ ଭାଙ୍ଗିବ ହାଡ। ଅର୍ଥାତ ଆସନ୍ତା ଦୁଇଦିନ ପରେ ବଢିବ ଶୀତ। ବିଶେଷ କରି ରାତିର ତାପମାତ୍ରା ସ୍ଵାଭାବିକ ଠାରୁ ୩ରୁ ୫ଡିଗ୍ରୀ ତଳକୁ ଖସିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
୫ଦିନ ଧରି ପାଗ ଶୁଖିଲା ରହିବ ଓ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଗତ ୨୪ଘଣ୍ଟାରେ କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯାଇଛି।
ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କୁହୁଡିର ସମ୍ଭାବନା ରହିଛି। ତେବେ ୧୭ ତାରିଖ ପରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।