ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଲବଲ କରିଲାଣି ତାତି । ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ଏହି ପ୍ରକାର ତାପମାତ୍ରା ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଗତକାଲି ରାଜ୍ୟର ୫ଟି ସହରରେ ତାତି ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ତତଲାଗଡ଼ ଭାବେ ପରିଚିତ ଟିଟିଲାଗଡ଼ ସମେତ ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ । ଏସବୁ ଭିତରେ ରାଜଧାନୀ ସମେତ ଅଧିକାଂଶ ସ୍ଥାନରେ ୩୭ ଡିଗ୍ରୀ ପାର ତାପମାତ୍ରାରେ ସିଝିଛି ଜନଜୀବନ । ସେହିପରି ଆସନ୍ତା ଦୁଇ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଛୁଇଁପାରେ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ମଧ୍ୟରେ ପାରଦ ୪୦ ଡିଗ୍ରୀ ପାର କରିପାରେ । ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଆହୁରି ବଢ଼ିବ ତାପମାତ୍ରା । ଚଳିତ ବର୍ଷ ପ୍ରଥମ ଥର ପାଇଁ ୫ ସହର ତାପମାତ୍ରା ୪୦ ଛୁଇଁଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏପ୍ରିଲ ପହିଲାରୁ ଆହୁରି ଜାଳିବ ଖରା । ସେପଟେ ଓଡ଼ିଶାରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ବିଜୁଳି ଓ ଘଡ଼ଘଡ଼ିର ମାତ୍ର ଅଧିକ ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.