ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦେଶର ରାଜଧାନୀ ଦିଲ୍ଲୀରେ ସଂଧ୍ୟାରେ କେନ୍ଦ୍ର କ୍ୟାବିନେଟ ଶପଥ ଗ୍ରହଣ ଉପରେ ସମଗ୍ର ଦେଶର ନଜର ଥିବା ବେଳେ ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଭିଆଇଛନ୍ତି ନାରକୀୟ କାଣ୍ଡ । ଜମ୍ମୁରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ ଉପରେ ଆତଙ୍କୀ ହମଲା ପରେ ହୋଇଥିବା ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ୩୩ ଜଣ ଆହତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଘଟଣା ପରେ ତତ୍ପର ହୋଇଛି ସେନା । ରିଆସୀ ଜିଲ୍ଲାର ତେରଥାୟ ଗାଁରେ ପହଞ୍ଚି ପୋଲିସ ସେନା ମିଳିତ କମ୍ବିଂଅପରେସନ ଚଳାଇଛନ୍ତି।
ରିଆସି ଜିଲ୍ଲାରେ ଏକ ତୀର୍ଥଯାତ୍ରୀ ବସ୍ ଉପରେ ଅନ୍ଧାଧୂନ ଗୁଳିମାଡ କରିଛନ୍ତି ଆତଙ୍କବାଦୀ । ଫଳରେ ବସଟି ଦୁର୍ଘଟଣାର ଶିକାର ହୋଇ ଏକ ଖାଇରେ ଖସିପଡିଛି । ଏଥିରେ ୧୦ ଜଣଙ୍କର ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତେବେ ସୂଚନା ମୁତାବକ, ଗତକାଲି ସଂଧ୍ୟା ପ୍ରାୟ ସାଢେ ୬ଟାରେ ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଭିଆଇଛନ୍ତି ନାରକୀୟ କାଣ୍ଡ । ରିଆସି ଜିଲ୍ଲାରେ ଏକ ତୀର୍ଥଯାତ୍ରୀ ବସ୍ ଉପରେ ଅନ୍ଧାଧୂନ ଗୁଳିମାଡ କରିଥିଲେ ଆତଙ୍କବାଦୀ । ଫଳରେ ବସଟି ଦୁର୍ଘଟଣାର ଶିକାର ହୋଇ ଏକ ଖାଇରେ ଖସିପଡିଥିଲା । ଏଥିରେ ୧୦ ଜଣଙ୍କର ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ସ୍ଥାନୀୟ ଏସଏସପି ମୋହିତା ଶର୍ମାଙ୍କ ପ୍ରତିକ୍ରିୟା ଅନୁସାରେ, ଏହି ୫୩ ସିଟ ବିଶିଷ୍ଟ ବସଟି ତୀର୍ଥଯାତ୍ରୀଙ୍କୁ ନେଇ ଶିବ ଖୋରୀ ମନ୍ଦିରରୁ କାତ୍ରା ଅଭିମୁଖେ ବାହାରିଥିଲା । ସଂଧ୍ୟା ପ୍ରାୟ ସାଢେ ୬ଟା ସମୟରେ ପୋନି ଏରିଆର ତେରାଥ ଗ୍ରାମ ନିକଟରେ ଆତଙ୍କବାଦୀମାନେ ବସ ଉପରକୁ ଅତର୍କିତ ଗୁଳିମାଡ କରିଥିଲେ । ଫଳରେ ବସଟି ଭାରସାମ୍ୟ ହରାଇ ଖାଇକୁ ଖସି ପଡିଥିଲା । ଖବର ପାଇ ସ୍ଥାନୀୟ ପୋଲିସ ଓ ପାରାମିଲିଟାରୀ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଅପରେସନ କରିଥିଲେ । ହେଲେ ଏପର୍ଯ୍ୟନ୍ତ ୧୦ ଜଣଙ୍କ ମୃତ୍ୟୁ ହୋଇଛି ।