ଟେଷ୍ଟ ପାଇଁ ଟିମ ଇଣ୍ଡିଆ ଘୋଷଣା

0

ଓଡ଼ିଆ ନ୍ୟୁଜ୍:ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ୧୫ ଜଣିଆ ଟିମ୍‌ ଘୋଷଣା।ଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା।ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ବ।ଆହତଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ। ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍‌ ଜଗଦିଶାନ।ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ୧୫ ଜଣିଆ ଟିମ୍‌ ଘୋଷଣା କରାଯାଇଛି । ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ବ । ଆହତ ଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ । ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍‌ ଜଗଦିଶାନ ସାମିଲ । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହି ସିରିଜ୍ ପାଇଁ ରବିନ୍ଦ୍ର ଜାଡେଜାଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି । ଦେବଦତ୍ତ ପାଡିକଲ ଦଳକୁ ଫେରିଛନ୍ତି ।

ଇଂଲଣ୍ଡ ଗସ୍ତରେ ଖେଳିଥିବା କରୁଣ ନାୟାରଙ୍କୁ ଦଳରୁ ବାଦ ଦିଆଯାଇଛି । ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ପାଇଁ ୧୫ ଜଣିଆ ଦଳ ହେଲେ ଶୁବମନ ଗିଲ (ଅଧିନାୟକ), ଯଶସ୍ୱୀ ଜୟସ୍ୱାଲ, କେ.ଏଲ୍ ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଦିକଲ, ଧ୍ରୁବ ଜୁରେଲ (ୱିକେଟ୍ କିପର), ରବିନ୍ଦ୍ର ଜାଡେଜା (ଉପ-ଅଧିନାୟକ), ୱାଶିଂଟନ୍ ସୁନ୍ଦର, ଯଶପ୍ରୀତ ବୁମରାହ, ଅକ୍ଷର ପଟେଲ, ମହମ୍ମଦ ସିରାଜ, ପ୍ରସିଦ୍ଧ କିଷ୍ଣା, କୁଲଦୀପ ଯାଦବ । ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ପ୍ରଥମ ଟେଷ୍ଟ୍ ଅକ୍ଟୋବର ୨ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଦ୍ୱିତୀୟ ଟେଷ୍ଟ୍ ଅକ୍ଟୋବର ୧୦ରେ ରାଜଧାନୀ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଅନୁଷ୍ଠିତ ହେବ ।

 

Leave A Reply

Your email address will not be published.