ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହିତ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁଜନିତ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଫଳସ୍ବରୂପ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି।

ଶୁକ୍ରବାର ଭୁବନେଶ୍ବର, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦୁଝର ଏବଂ ଢେଙ୍କାନାଳ ସହ ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାପରେ ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସଆରସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ, ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ୍ ୧ରୁ ଏଯାବତ୍ ୬୨୧.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । କେବଳ ମାଲକାନଗିରିରେ ସ୍ଵାଭାବିକଠାରୁ ଅତ୍ୟଧିକ ବର୍ଷା ହୋଇଛି ।

Leave A Reply

Your email address will not be published.