ପୋଲ ତଳକୁ ଖସିଲା ବସ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଫ୍ରିକୀୟ ଦେଶ ମାଲିରେ ବଡ଼ ଦୁର୍ଘଟଣା ଘଟିଛି। ପୋଲ ତଳକୁ ଖସିଲା ବସ୍‌ । ଯାହାଫଳରେ ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ମଙ୍ଗଳବାର ଦିନ ସଂଧ୍ୟା ୫ଟା ସମୟରେ ବାଗୋ ନଦୀରେ ଥିବା ପୋଲରେ ଏକ ଯାତ୍ରୀବାହୀ ବସ୍‌ ଯାଉଥିଲା । ଏହି ସମୟରେ ଗାଡି ହଠାତ୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଥିଲା । ଯାହାଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଯାଇଛି । ବାକି ୧୦ରୁ ଅଧିକ ଲୋକେ ଗୁରୁତର ହୋଇଛନ୍ତି ।ସେପଟେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ।

ପ୍ରଥମ ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାକି ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ବର୍ତ୍ତମାନ ଯାଏଁ ମୃତାହତଙ୍କ ପରିଚୟ ମିଳିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ମଧ୍ୟ ମାଳିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଥିଲା । ଟ୍ରକ ଏବଂ ବସ୍‌ ମଧ୍ୟରେ ଧକ୍କାରେ ୧୫ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୫ରୁ ଅଧିକ ଲୋକ ଆହତ ହୋଇଥିଲେ। ଉଭୟ ଗାଡି ନିଜ ନିଜ ଭୁଲ୍‌ ରାସ୍ତାରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ।

Leave A Reply

Your email address will not be published.