ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ।
ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ବସ୍ ଡ୍ରାଇଭର ଓ କଣ୍ଡକ୍ଟର ହୋଇଥିବା ଜଣାଯାଇଛି। ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ମୁତବକ, ଆଜି ସକାଳେ ବସଟି ପଶ୍ଚିମବଙ୍ଗରୁ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଆସୁଥିଲା। ଏହି ସମୟରେ କଡ଼େଇ ଛକ ନିକଟରେ ବସ୍ଟି ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା।
ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି।