ଦୁର୍ଘଟଣାଗ୍ରସ୍ତ ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ବସ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୁର୍ଘଟଣାଗ୍ରସ୍ତ ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ବସ୍‌।  ୫୫ ନମ୍ବର ଜାତୀୟ ରାଜପଥର ଅନୁଗୁଳ ଜରପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାସ୍ତାରେ ଠିଆ ହୋଇଥିବା ଦୁର୍ଘଟଣାଗ୍ରସ୍ତ ହାଇୱାକୁ ପିଟିଲା ବସ୍।

ଦୁର୍ଘଟଣାରେ ଜଣେ ମୃତ ଓ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ବସ୍ ଟି ଛତିଶଗଡ଼ କୋରବାରୁ ପୁରୀ ଆସୁଥିବା ବେଳେ ଦୁର୍ଘଟଣା ହୋଇଛି। ଡଲଫିନ୍ ନାମକ ଏକ ଘରୋଇ ନାଇଟ କୋଚ୍ ବସ୍ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିଲା। ଆଜି ଭୋର ୪ଟା ସମୟରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭରର ମୃତ୍ୟୁ ଘଟିଛି।

ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି | ସୂଚନାଯୋଗ୍ୟ,ଗତକାଲି ରାତିରେ ଏନ୍ଏଚ୍ ୫୫ ଜରପଡ଼ା ଛକ ନିକଟରେ ଏକ ବାଲି ବୋଝେଇ ହାଇୱାଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଆଜି ଭୋର ସମୟରେ ବସ୍‌ଟି ହାଇୱାକୁ ଧକ୍କା ଦେଇଥିଲା।

Leave A Reply

Your email address will not be published.