ଟ୍ରକ୍କୁ ପିଟିଲା ଯାତ୍ରୀବାହୀ ବସ୍, ୧୦ ଯାତ୍ରୀ ଗୁରୁତର

0

ଭଦ୍ରକ(ଓଡ଼ିଆ ନ୍ୟୁଜ୍‌): ଭଦ୍ରକ ଜିଲ୍ଲା ୧୬ ନମ୍ଵର ଜାତୀୟ ରାଜପଥ କହରାପୋଖରୀ ଛକ ନିକଟରେ ଟ୍ରକ୍କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସୂଚନାନୁଯାୟୀ, ନିନୀ ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା । ତେବେ ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନ କହରାପୋଖରୀ ଛକ ନିକଟରେ ନିକଟରେ ଭାରସାମ୍ୟ ହରାଇ ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେଇଛି। ଫଳରେ ୧୦ ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧା କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.