ସରିଲା ପ୍ରଚାର; ୨୬ରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):    ଅଷ୍ଟାଦଶ ଲୋକସଭା ନିର୍ବାଚନ ପାଇଁ ଆସନ୍ତା ୨୬ରେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ କରାଯିବ। ଷ୍ଟାର ପ୍ରଚାରକଙ୍କ ମାରାଥନ ପ୍ରଚାରରେ କମ୍ପୁଥିବା ପ୍ରଚାର ମଇଦାନ ଏବେ ଶାନ୍ତ ପଡ଼ିଛି । ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ଭିକ୍ଷା କରିଥିଲେ ବହୁ ହେଭିୱେଟ୍ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଖିବାକୁ ମିଳିଥିଲା । ଏହି ପରିପ୍ରେକ୍ଷୀରେ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୮୯ ଆସନ ପାଇଁ ଭୋଟଗ୍ରହଣ ବ୍ୟବସ୍ଥା କରାଯାଇଛି। ଏହି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଲା ଆସାମ, ବିହାର, ଛତିଶଗଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ରାଜସ୍ଥାନ, ତ୍ରିପୁରା, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଜାମ୍ମୁ-କାଶ୍ମୀର।

ଏହି ପର୍ଯ୍ୟାୟ ପାଇଁ ଉକ୍ତ ଦିନ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ। ଆସନ୍ତା ୨୬ ତାରିଖରେ ହେବ ଲୋକସଭାର ଦ୍ବିତୀୟ ପର୍ଯ୍ୟାୟ ମତଦାନ । ୧୨ଟି ରାଜ୍ୟ ସମେତ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଭୋଟ ଗ୍ରହଣ ହେବ । ମୋଟ୍ 88 ଲୋକସଭା ଆସନରେ ମତଦାନ ଗ୍ରହଣ କରାଯିବ । ଫୋକସରେ ରହିଛି କେରଳର ୱାୟନାଡ ଆସନ । ଏହି ଆସନ ପାଇଁ ମଧ୍ୟ ଦ୍ବିତୀୟ ପର୍ଯ୍ୟାୟରେ ଭୋଟିଂ ହେବ । ଗୁରୁତ୍ବପୂର୍ଣ୍ଣ କଥା ହେଉଛି କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏହି ଆସନରୁ ନିର୍ବାଚନ ଲଢୁଛନ୍ତି । ସେ ଏହି ଆସନରୁ ସାଂସଦ ଭାବେ ନିର୍ବାଚିତ ମଧ୍ୟ ହୋଇଛନ୍ତି ।

Leave A Reply

Your email address will not be published.