ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥଦଉଡ଼ି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥଦଉଡ଼ି । ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀର ପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରସ୍ତୁତ କରାଯାଇଛି ଏହି ଦଉଡ଼ିକୁ । ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି।

ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରସ୍ତୁତ କରାଯାଇଛି ଏହି ଦଉଡ଼ିକୁ | ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତିରେ ଲାଗିଥିଲେ। ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବାବେଳେ ଆଉଟର୍, ଇନର୍, ଜେନେରାଲ୍ ଓ ପୋଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୧୨ଟି ଦଉଡ଼ି ରହିଛି। ରଥଟଣା ପାଇଁ ରଥ ଦଉଡ଼ିର ଲମ୍ବ ୨୨୦ ଫୁଟ, ଗୋଲେଇ ୮ ଇଞ୍ଚ।

ସେହିପରି ଅନ୍ୟ ଦଉଡି଼ର ଗୋଲେଇ ଚାରି ଇଞ୍ଚ ଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ରଥ ତତ୍ତ୍ବାବଧାରକ ସୁଦର୍ଶନ ମେକାପ। ଆସନ୍ତା ଜୁୁଲାଇ ୭ ତାରିଖରେ ପୁରୀରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସେହିପରି ଅନ୍ୟ ଦଉଡି଼ର ଗୋଲେଇ ଚାରି ଇଞ୍ଚ ଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ରଥ ତତ୍ତ୍ୱା ବଧାରକ ସୁଦର୍ଶନ ମେକାପ। ଆସନ୍ତା ଜୁୁଲାଇ ୭ ତାରିଖରେ ପୁରୀରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

 

Leave A Reply

Your email address will not be published.