ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସେପଟେ ଆରମ୍ସଭ ହେଲାଣି ଶ୍ରୀଜିଉଙ୍କର ଗୋଟି ପହଣ୍ଡି । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ ।

ସେବକ ଓ ପ୍ରଶାସକଙ୍କ ଆଖିରୁ ନିଦ ହଜିଯାଇଛି । କିପରି ଶୃଙ୍ଖଳିତ ହେବ ମହାପ୍ରଭୁଙ୍କ ରଥଯାତ୍ରା । ଠାକୁରଙ୍କ ନୀତିକାନ୍ତି ଠାରୁ ଭକ୍ତଙ୍କ ଦର୍ଶନ ସୁବିଧା କେଉଁଥିରେ ଉଣା ନ କରିବାକୁ ଚାଲିଛି ପ୍ରସ୍ତୁତି ।
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ଵିଟ୍ କରିଛନ୍ତି ଯେ, ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ଵିଟ୍ କରିଛନ୍ତି ଯେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଈଶ୍ୱରୀୟ ଯାତ୍ରା ଆମ ଜୀବନରେ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧିରେ ପରିପୂର୍ଣ୍ଣ କରୁ।

Leave A Reply

Your email address will not be published.