ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସାଥିରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ମୁଖ୍ୟମନ୍ତ୍ରୀ ସହ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ କାଳରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ଆଜି ମଧ୍ୟାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ଼ହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।
ଏଥିସହ ରାଜ୍ୟ ପାଇଁ ଆଗାମୀ ଶହେ ଦିନର ରୋଡ ମ୍ୟାପ୍ ମଧ୍ୟ ପ୍ରସ୍ତୁତ କରାଯିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଏନେଇ ମୋହନ ମାଝୀ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି।vରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ଏହା ପ୍ରଥମ ଦିଲ୍ଲୀ ଗସ୍ତ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ। ସେହିପରି ରାଜ୍ୟ ପ୍ରସଙ୍ଗରେ ଆଲୋଚନା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବା ସୂଚନା ରହିଛି ।