ମା’ତାରାତାରିଣୀଙ୍କ ପୀଠରେ ମୁଖ୍ୟମନ୍ତ୍ରୀ

0

ଗଞ୍ଜାମ(ଓଡ଼ିଆ ନ୍ୟୁଜ୍‌): ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ପୀଠରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଗତ ୧୬ ତାରିଖଠାରୁ ଆରମ୍ଭ ହୋଇଯାଇଥିବା ବେବେ ଏହା ଆସନ୍ତା ୨୦ ତାରିଖ ପର‌୍ୟ୍ୟନ୍ତ ଚାଲିବ। ଏହି ଅବସରରେ ମାଆଙ୍କ ପୀଠରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ଭବ୍ୟ ମନ୍ଦିରର ପ୍ରତିଷ୍ଠା ଅବସରରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚିବା ପରେ ହାତ ଯୋଡ଼ି ମାଆଙ୍କୁ ପ୍ରଣାମ କରିଛନ୍ତି। ସେ ସେଠାରେ ମୁଖ୍ୟ ପୁରୋଧା ଭାବେ ଯୋଗ ଦେଇଛନ୍ତି।

ଆଜି ସାକାଳ ୯.୧୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ଗଞ୍ଜାମର ପୁରୁଷତ୍ତୋମପୁରରେ ଥିବା ତାରାତାରିଣୀ ପୀଠ ଗସ୍ତ କରିଛନ୍ତି। ମାଆ ତାରାତାରିଣୀ ପର୍ବତ ନିକଟରେ ଏକ ଅସ୍ଥାୟୀ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଅବତରଣ କରିଥିଲେ। କାର‌୍ୟ୍ୟକ୍ରମ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ସେହି ହେଲିପ୍ୟାଡ୍ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଫେରିବେ। ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦାନ ସହ ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ପୁନରୁଦ୍ଧାର କାର‌୍ୟ୍ୟ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପୁଲିସ ଓ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Leave A Reply

Your email address will not be published.