ଆଶାକର୍ମୀଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଶାକର୍ମୀଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଆଶାକର୍ମୀ ମାନେ ମାସିକ ୪,୫୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ଏହାକୁ ୭ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାସହିତ ସେବାନିବୃର୍ତ୍ତି ପ୍ରୋତ୍ସହନ ରାଶି ୫୦ହଜାରରୁ ୧ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ଏହାଦ୍ୱାରା ଉପକୃତ ହେବେ ୪୯ହଜାର ୫୨୨ ଆଶାକର୍ମୀ।  ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିଲେ । ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ । ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି । ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି ।

ଏହା ସହିତ ଟୀକାକରଣ ଓ ଇଷ୍ଟିଚ୍ୟୁସନାଲ ଡେଲିଭରି କ୍ଷେତ୍ରରେ ମଧ୍ୟ ଆଶା କର୍ମୀମାନେ ଗୁରୁ ଦାୟିତ୍ୱ ବହନ କରୁଛନ୍ତି । ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଆଶାକର୍ମୀ ତଥା ସେମାନଙ୍କ ସଙ୍ଗଠନ ତାଙ୍କୁ ଭେଟିଥିଲେ । ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ମଧ୍ୟ ଦେଇଥିଲେ । ଏହା ଉପେର ବିଚାର ବିମର୍ଷ କରି ରାଜ୍ୟ ସରକାର ନିଷ୍ପତ୍ତି ନେଇ ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି ।

Leave A Reply

Your email address will not be published.