ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ସ୍ବୀକୃତି ଦେଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ (Police Recruitment Board) ଗଠନ ପ୍ରସ୍ତାବକୁ  ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି । ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ୱତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ । ୨ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡିଆଇଜି ବା ଏସ୍‌ପି ପାହ୍ୟାରେ ରହିବେ ।

ପୋଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ ଇନ୍ସପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ୱ ଏହି ବୋର୍ଡ ସଂପାଦନ କରିବ । ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ୱାରା ପୋଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ ହେବ ।

Leave A Reply

Your email address will not be published.