ଆଜି ଦ୍ଵିତୀୟ ଦିନରେ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଆଜି ଦ୍ଵିତୀୟ ଦିନରେ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଲୀଖଟିରେ ମଧ୍ୟ ସ୍ଥିତି ପରଖିବେ । ଏଥିସହ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍‌ କରିଥିବା କେନ୍ଦ୍ରପଡ଼ା ଜିଲ୍ଲା ହାବେଳୀଖଟିର ବି ସ୍ଥିତି ପରଖିବେ। ଏହାପରେ ମୁଖ୍ୟମନ୍ତ୍ରୀ SRC କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବେ ବୋଲି ଜଣାଯାଇଛି।

ତେବେ ସୂଚନା ମୁତାବକ, ଆଜି ମଧ୍ୟାହ୍ନ ୧୨ଟା ସମୟରେ ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପ୍ରଥମେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଏରିଅଲ ସର୍ଭେ କରିବେ। ଉକ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ଏବଂ ଅନ୍ୟ ଅଧିକାରୀ ବି ଉପସ୍ଥିତ ରହିବେ। ଗତକାଲି ଅପରାହ୍ଣରେ ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା ସମେତ ଅନ୍ୟ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଥିଲେ।

ସେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Leave A Reply

Your email address will not be published.