ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର।  ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା । ଡିସେମ୍ବର ୨୬ରୁ ଜାନୁଆରୀ ୧୫ ଯାଏଁ ପ୍ରାକ୍ଟିକାଲ ।  ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ ବୋଲି ସେ କହିଛନ୍ତି।

ଏପଟେ ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନ ପତ୍ର ଢାଞ୍ଚା ରେ ପରିବର୍ତ୍ତନ ନେଇ ସିଏଚ୍‌ଏସ୍‌ଇ କହିଛି, “ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପାର୍ଟନକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି ।  ଏଣେ ୨୦୨୫ରେ ଯୁକ୍ତ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଏଣିକି ବାର୍ଷିକ ପରୀକ୍ଷାରେ ଆଉ ୧୦୦ ନୁହେଁ, ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରି ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ୍‌ କରିବେ। ନ ହେଲେ ଫେଲ୍‌ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ୍‌ ପରୀକ୍ଷା ହେବ।

ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାହାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ।

Leave A Reply

Your email address will not be published.