ଦେଶରେ ଭାଙ୍ଗୁଛି କରୋନାର କାୟା, ଆଜି ଦେଶରେ ୮୦୦ ତଳେ ସଂକ୍ରମଣ

0

 

ଓଡିଆ ନ୍ୟୁଜ (ବ୍ୟୁରୋ) : ଦିନକୁ ଦିନ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦୦ ତଳେ ଥିବା ବଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୯,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୮୨ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୫,୭୦୫ରେ ପହଂଚିଛି ।

ଗତ ୨୪ ଘଣ୍ଟା ରେ ୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୨୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୪୫,୨୦୬ । ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି । ଏହାଛଡା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୭୫କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି । ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨% । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୯୬,୮୫୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଦ୍ୱାରା ଗତକାଲି ୧,୨୯,୧୦୧ଟି ନମୁନା ପରୀକ୍ଷା କରାଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.