ବଢୁଛି ଦିନ ତାପମାତ୍ରା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଦିନକୁ ଦିନ ବଢୁଛି ତାତି । କିଛି ଦିନ ଭଲ ପାଗ ପରେ ପୁଣି ଖରା ବଢ଼ିବାରେ ଲାଗିଛି । ଉପକୂଳ ଓଡ଼ିଶାରେ ଗୁରୁବାରଠାରୁ ଦିନ ତାପମାତ୍ରା ବଢ଼ିବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ।

ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଗୁରୁବାର ଓ ଶୁକ୍ରବାର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମାର୍ଚ୍ଚ ୪ ବେଳକୁ ଉତ୍ତର ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷା ହେବାକୁ ଥିବା ବେଳେ ୩ରୁ ୪ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ଆସନ୍ତାକାଲିଠାରୁ ଉପକୂଳରେ ତାପମାତ୍ରା ବଢ଼ିବ।

ମାର୍ଚ୍ଚ ୩ରେ ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରି ଅତିକ୍ରମ କରିପାରେ। ୪ ଓ ୫ ତାରିଖରେ ପାଗ ଆଂଶିକ ମେଘୁଆ ହେତୁ ତାପମାତ୍ରା କମିବ। ସର୍ବନିମ୍ନ ତାପମାତ୍ରା କ୍ରମଶଃ ବଢ଼ି ୫ ତାରିଖ ସୁଦ୍ଧା ପ୍ରାୟ ୩ ଡିଗ୍ରି ବଢ଼ିପାରେ। ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା କ୍ରମଶଃ ବଢ଼ିବ। ତେବେ ମାର୍ଚ୍ଚ ୩ରେ ପାଗ ଆଂଶିକ ମେଘୁଆ ସହ ବର୍ଷାର ସମ୍ଭାବନା ରହିଥିବାରୁ ୩ ଓ ୪ରେ ତାପମାତ୍ରାରେ କିଛି ମାତ୍ରାରେ କମିବ। ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାରେ ୩ ତାରିଖ ସୁଦ୍ଧା ସର୍ବାଧିକ ତାପମାତ୍ରା ପ୍ରାୟ ୩ ଡିଗ୍ରି ବଢ଼ିପାରେ। ଉପକୂଳ ଅଞ୍ଚଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସକାଳେ କୁହୁଡ଼ି ହେବ। ବର୍ତ୍ତମାନ ପାଗରେ ବିଭିନ୍ନ ଫସଲରେ ପାଉଁଶିଆ ରୋଗ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.