ଡରାଇଲାଣି ଡେଙ୍ଗୁ, ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଡରାଇଲାଣି ଡେଙ୍ଗୁ ଆତଙ୍କ, ଏବର୍ଷ ମଧ୍ୟ ଡେଙ୍ଗୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିବାରେ ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ଓ ପଜଟିଭ ସଂଖ୍ୟା ବହୁତ କମ୍ ରହିଛି। ମୋଟ16 ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର 96 ଜଣ ପଜିଟିଭ ଓ ଯାଜପୁର ରେ 12 ଜଣ, ବାଲେଶ୍ୱରରେ 10 ଏବଂ ଅନ୍ୟାନ୍ୟ ଜିଲ୍ଲାରୁ ଜଣେ ଲେଖାଏଁ ମିଶାଇ ସମୁଦାୟ 185 ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି।
ବର୍ତମାନ ସୁଦ୍ଧା 11,464 ଜଣ ଟେଷ୍ଟ କରାଯାଇଛି ସେଥିରୁ185 ଜଣ ପଜିଟିଭ ଅଛନ୍ତି। ଗତବର୍ଷ ଏ ସମୟକୁ 5981 ଜଣଙ୍କୁ ଟେଷ୍ଟ କରାଯାଇଥିଲା ସେଥିରୁ 353 ଜଣ ପଜେଟିଭ ବାହାରିଥିଲେ ଯାହା ଏବର୍ଷ ତୁଳନାରେ ବହୁତ କମ ଅଛି । ଏଡିସ ମଶା ସାଧାରଣତଃ ସକାଳ ଓ ସଂଧ୍ୟା ସମୟରେ କାମୁଡନ୍ତି ଶୋଇବା ଅବସ୍ଥାରେ ନୁହେଁ, ଏଡିସ ମଶା ମାନେ ସ୍ୱଚ୍ଛ ନିର୍ମଳ ପାଣିରେ ବଂଶ ବିସ୍ତାର କରନ୍ତି। ଆମକୁ ସେସବୁ ସଫା କରିବାକୁ ହେବ ଯେଉଁଥିରେ ସେମାନେ ବଂଶ ବିସ୍ତାର କରନ୍ତି, କୁଲର,ଟିଣ,କୁଡୁଆ ଆଦି ଜିନିଷରେ ପାଣି ଜମିବାକୁ ଦେବା ନାହିଁ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ, ଏମ୍ସ ହସ୍ପିଟାଲ ରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି।

Leave A Reply

Your email address will not be published.