ରାଜ୍ୟରେ ୫୨୬ଟି ନୂତନ ବିଜୁ ସେତୁ ନିର୍ମାଣ ପାଇଁ ବିଭାଗର ବ୍ୟବସ୍ଥା ରହିଛି, ତଥ୍ୟ ରଖିଲା ବିଭାଗ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଚଳିତ ବର୍ଷ ଆର୍ଥିକ ବଜେଟକୁ ୭୫୦୦.୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଯାହାକି ୨୦୧୯-୨୦ ବଜେଟ୍ ତୁଳନାରେ ୩୫.୫୭% ଅଧିକ। ୨୦୨୩-୨୪ ବର୍ଷରେ ୧୯୦୦,୦୦ କୋଟି ଟଙ୍କା ବ୍ୟୟଅଟକଳରେ ୫୨୬ଟି ନୂତନ ବିଜୁ ସେତୁ ନିର୍ମାଣ ପାଇଁ ବିଭାଗର ବ୍ୟବସ୍ଥା ରହିଛି। ବର୍ତ୍ତମାନ ସୁଦ୍ଧା ବିଭାଗ ଦ୍ବାରା ୧୨୫୪ଟି ସେତୁ ନିର୍ମାଣ ସରିଛି ଏବଂ ଆଉ ୯୦୦ଟି ସେତୁ ନିର୍ମାଣର ବିଭିନ୍ନ ପର୍ଯ୍ୟାୟରେ ରହି। ଭୂତଳ ଜଳର ପୁନରୁଦ୍ଧାର ଏବଂ ପ୍ରବାହିତ ଜଳର ଆଭ୍ୟନ୍ତରୀଣ ସଂରକ୍ଷଣ ପାଇଁ ବିଭାଗ ୫୦ କୋଟି ଟଙ୍କା ବ୍ୟୟଅଟକଳରେ ୧୦୦ଟି ଆଡ଼ିବନ୍ଧ ପ୍ରକଳ୍ପ ନିର୍ମାଣ କରିବାକୁ ଲକ୍ଷ୍ୟ ରଖୁଛି। ବର୍ତ୍ତମାନ ସୁଦ୍ଧା ୩୨ଟି ଆଡ଼ିବନ୍ଧ କାମ ଶେଷ ହୋଇଛି।

ସେହିଭଳି, ସଡ଼କ ଅଧୀନରେ ମୁଖ୍ୟମନ୍ତ୍ରୀ ସଡକ ଯୋଜନା(MMSY), MMSY-ରହିଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତାର ଉନ୍ନତିକରଣ,MMSY-ସ୍ଥାନାନ୍ତରିତ ରାସ୍ତାର ଉନ୍ନତିକରଣ (TRIP), MMSY-ଦୁର୍ଗମ ଅଂଚଳର ଯୋଗାଯୋଗବିହୀନ ଗ୍ରାମଗୁଡିକର ସଂଯୋଗୀକରଣ (CUVDA), MMSY-ରାସ୍ତା ନଥିବା ଗ୍ରାମଗୁଡିକର ସଂଯୋଗୀକରଣ(CMRL) ଆଦି ପ୍ରମୁଖ ଯୋଜନାରେ ୬୦୦୦ କିଲୋମିଟର ରାସ୍ତା ନିର୍ମାଣ ନିମନ୍ତେ ୨୦୬୧.୦୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରାଯାଇଛି।

ବର୍ତ୍ତମାନ ସୁଦ୍ଧା ଏହି ବିଭାଗ MMSY ଯୋଜନା ଅଧୀନରେ ୧୦୬୨୧ କିଲୋମିଟର ରାସ୍ତା ନିର୍ମାଣ କରିସାରିଛି। ମାଲକାନଗିରି ଜିଲ୍ଲାର ସ୍ବାଭିମାନ ଅଞ୍ଚଳ, ଦୁର୍ଗମ ମାଓ ପ୍ରବଣ ଅଞ୍ଚଳ ଏବଂ ଅନ୍ୟାନ୍ୟ ରାସ୍ତା ସଂଯୋଗ ନଥିବା ଅଞ୍ଚଳର ସଂଯୋଗୀକରଣ ନିମନ୍ତେ ୨୦୦ କିଲୋମିଟର ରାସ୍ତା ନିର୍ମାଣ ଉପରେ ଗୁରୁତ୍ଵ ଦିଆଯାଉଛି।ସରକାର ଗ୍ରାମୀଣ ରାସ୍ତାର ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ଵ ଦେଉଛନ୍ତି। ୫୦,୦୦୦ କିଲୋମିଟର ରାସ୍ତାକୁ ଖାଲଖମା ମୁକ୍ତ କରିବା ଏବଂ ଯାନବାହାନ ଚଳାଚଳର ଗୁଣବତ୍ତାରେ ଉନ୍ନତି ଆଣିବା ପାଇଁ ୨୦୨୩-୨୪ରେ ୧୧୫୮.୭୯ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରାଯାଇଛି। ଏହା ପୂର୍ବ ବର୍ଷ ତୁଳନାରେ ପ୍ରାୟ ୨୫୦୦୦ କିଲୋମିଟର ଅଧିକ।  ମୁଖ୍ୟମନ୍ତ୍ରୀ ଗ୍ରାମାଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ବଦ୍ଧପରିକର।

ସେଥିପାଇଁ  ଆଗାମୀ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ଆନୁମାନିକ ୧୨,୦୦୦ କୋଟି ଟଙ୍କା ବିନିଯୋଗରେ ୧୫,୦୦୦ କିଲୋମିଟର ଗ୍ରାମୀଣ ରାସ୍ତା ଏବଂ ବିଜୁ ସେତୁ ଯୋଜନାରେ ଆନୁମାନିକ ୬,୦୦୦ କୋଟି ଟଙ୍କା ବିନିଯୋଗରେ ୧୫୦୦ ନୂତନ ସେତୁ ନିର୍ମାଣ କରି ସବୁଦିନିଆ ରାସ୍ତା ଯୋଗାଇଦେବାକୁ ସରକାର ଲକ୍ଷ୍ୟ ରଖୁଛନ୍ତି। ଆଗାମୀ 5 ବର୍ଷରେ 12ହଜାର କୋଟି ଟଙ୍କା ବ୍ୟୟ ଅଟକଳରେ 15 ଯାହାର କିଲୋମିଟର ରାସ୍ତା ନିର୍ମାଣ କରିବାକୁ ଲକ୍ଷ ରଖିଛନ୍ତି ସରକାର। ସେହିଭଳି 6 ହଜାର କୋଟି ଟଙ୍କାରେ 15ସହ ବ୍ରିଜ ମଧ୍ୟ ନିର୍ମାଣ କରାଯିବ।

Leave A Reply

Your email address will not be published.