ଆସନ୍ତା ୨୪ରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଯିବ । ଆସନ୍ତା ୨୪ ତାରିଖରେ ମହିଳାଙ୍କ ଖାତାକୁ ତୃତୀୟ ପର୍ଯ୍ୟାୟ ଟଙ୍କା ଚଢିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା । ଆଜି ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ସେ କହିଛନ୍ତି, ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇସାରିଥିବା ବେଳେ ବ୍ଲକସ୍ତରରେ ଖାରଜ ତାଲିକା ପ୍ରସ୍ତୁତ ହୋଇଛି।

ଏହା ମଧ୍ୟରେ ବ୍ୟାଙ୍କ,ଆଧାର କାର୍ଡରେ ଥିବା ତ୍ରୁଟି ସଂଶୋଧନ କରିନେଲେ ସେମାନଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯିବ । ନଚେତ ବାଦ ପଡ଼ିଥିବା ମହିଳାମାନଙ୍କୁ ଆସନ୍ତା ପର୍ଯ୍ୟାୟରେ ସାମିଲ କରିବାକୁ ଟାର୍ଗେଟ ରଖାଯାଇଛି। ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଥିଲେ ଯେ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ  ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି।

ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆଣିଛନ୍ତି। ସେ ଆହୁରି କହିଥିଲେ, ନଭେମ୍ବର ଶେଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏଣେ ପୁଣି ତିଆରି ହୋଇଛି ସୁଭଦ୍ରା ଯୋଜନାର ଗାଇଡଲାଇନ୍। ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ,ସେନେଇ ନୂଆ ଗାଇଡ଼ ଲାଇନ ଆସିଛି।

Leave A Reply

Your email address will not be published.