ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଆଜି ସରିବ ପ୍ରଚାର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାତ ପର୍ଯ୍ୟାୟ ବିଶିଷ୍ଟ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପାଖେଇ ଆସୁଛି ସମୟ। ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ପ୍ରଚାର ।

ଉଭୟ ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରୁଥିବା ବେଳେ ଆଜି ସନ୍ଧ୍ୟା ୫ଟାରେ ପ୍ରଚାର ଶେଷ ହେବ। ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୪୩ ପ୍ରାର୍ଥୀ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ନୂଆପଡା ନିର୍ବାଚନ ମଣ୍ଡଳୀରେ ୭ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହେଉଥିବା ବେଳେ ଖରିଆର ୭, ଉମରକୋଟ ୪, ଝରିଗାଁ ୩, ନବରଙ୍ଗପୁର ୩, ଡାବୁଗାଁ ୩, ଲାଞ୍ଜିଗଡ ୮, ଜୁନାଗଡ ୬, ଧର୍ମଗଡ ୧୧, ଭବାନୀପାଟଣା ୧୧, ନର୍ଲା ୧୨, ଛତ୍ରପୁର ୧୦, ଗୋପାଳପୁର ୧୦, ବ୍ରହ୍ମପୁର ୧୭, ଦିଗପହଣ୍ଡି ୧୩, ଚିକିଟି ୮, ମୋହନା ୭, ପାରଳାଖେମୁଣ୍ଡି ୧୦, ଗୁଣୁପୁର ୧୨, ବିଷମକଟକ ୮, ରାୟଗଡା ୧୦, ଲକ୍ଷ୍ମୀପୁର ୧୧, କୋଟପାଡ ୬, ଜୟପୁର ୧୧, କୋରାପୁଟ ୧୨, ପଟ୍ଟାଙ୍ଗୀ ୮, ମାଲକାନଗିରି ୬ ଏବଂ ଚିତ୍ରକୋଣ୍ଡା ୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।

ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି।   ତେବେ ୪ ଲୋକସଭା କ୍ଷେତ୍ର ପାଇଁ ୩୯ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି ୪ ଲୋକସଭା କ୍ଷେତ୍ରରେ ୨୮ ବିଧାନସଭା ଆସନ ପାଇଁ ୨୬୬ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Comments are closed.