ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ପ୍ରଥମ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିରେ ୨୭ଟି କାର୍ଯ୍ୟଦିବସ ରହିଛି । ଆଜି ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ । ଏହାପରେ ଧନ୍ୟବାଦ ପ୍ରସ୍ତାବ ଆସିବ ।
ଆସନ୍ତା ୨୫ ତାରିଖରେ ଗୃହରେ ଉପସ୍ଥାପନ ହେବ ୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଅଧିବେଶନ ପାଇଁ ବିଜେପି ଓ ବିଜେଡି ବିଧାୟକ ଦଳ ବୈଠକ କରି ରଣନୀତି ପ୍ରସ୍ତୁତ କରିସାରିଥିବା ବେଳେ ଆଜି ବସିବ କଂଗ୍ରେସ ବିଧାୟକ ଦଳ ବୈଠକ । ଏହି ଅଧିବେଶନ ମୋହନ ସରକାର ପାଇଁ ବେଶ ଚାଲେଞ୍ଜିଂ ରହିବ । ବିଧାନସଭାରେ ବିରୋଧିଙ୍କୁ କପରି ସାମ୍ନା କରୁଛି ବିଜେପି ତା ଉପରେ ସମସ୍ତଙ୍କ ନଜର । ଆଜି ଦିନ 11ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ ।
ଏହାପରେ ଧନ୍ୟବାଦ ପ୍ରସ୍ତାବ ଆସିବ । ରାଜ୍ୟରେ 24 ବର୍ଷ ଶାସନ ଗାଦିରେ ବସିବା ପରେ ପ୍ରଥମ ଥର ପାଇଁ ବିଧାନସଭାରେ ବିରୋଧି ଭୂମିକାରେ ନଜର ଆସିବ ବିଜେଡି । ମୁଖ୍ୟ ବିରୋଧି ଦଳ ଭାବେ ଅବତ୍ତୀର୍ଣ୍ଣ ହୋଇଛି ବିଜୁ ଜନତା ଦଳ । ସେହିପରି ବିରୋଧୀ ଦଳ ନେତା ଭାବେ ନଜର ଆସିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହରେ ଏଥର କିଛି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିବ ବୋଲି ଆକଳନ କରାଯାଉଛି ।