ବିଧାନସଭାରେ ଉପସ୍ଥାପନ ହେଲା ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍, ନଜର ପକାନ୍ତୁ କେଉଁ ବିଭାଗ ପାଇଁ କେତେ ବ୍ୟୟବରାଦ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବିଧାନସଭାରେ ଉପସ୍ଥାପନ ହେଲା ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିଛନ୍ତି । ଏଥର ବଜେଟ ଆକାର ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ବଜେଟ୍ ଆକାର ଥିଲା ୨ ଲକ୍ଷ କୋଟି ଟଙ୍କା । ଆସନ୍ତା ବର୍ଷ ନିର୍ବାଚନ ଥିବାରୁ ଏହା ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ । ତେଣୁ ଅନେକ ନୂଆ ଯୋଜନା ଆସିପାରେ ।
ଏଥର ବଜେଟ୍ରେ ଅନେକ ନୂଆ ଯୋଜନା ଘୋଷଣା ହୋଇଛି। ଧାନସଂଗ୍ରହ ପାଇଁ ରିଭଲଭିଂ ୨୦୦୦ କୋଟି ଟଙ୍କା ପାଣ୍ଠିର ବ୍ୟବସ୍ଥା ହୋଇଛି। ଏହାସହ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ବିପର୍ଯ୍ୟୟ ନିରୋଧୀ ଲୁଣା ବନ୍ଧ ପାଇଁ ୧୫୦ କୋଟି ଟଙ୍କା, ଆମ ବସ୍ ଷ୍ଟାଣ୍ଡ ପାଇଁ ୧୫୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ଟଙ୍କା, କଫି ମିଶନ ପାଇଁ ୧୨୬ କୋଟି ଟଙ୍କା, ଶକ୍ତି ବିକାଶ କାର୍ଯ୍ୟକ୍ରମ ପାଇଁ ୧୪୪୬ କୋଟି ଟଙ୍କା, ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି ଟଙ୍କା, ସଂପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି ଟଙ୍କା ଓ ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି।
କୃଷି କ୍ଷେତ୍ର ପାଇଁ ୨୪, ୮୨୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ପ୍ରଥମେ ସ୍ୱତନ୍ତ୍ର କୃଷି ବଜେଟ୍ ଉପସ୍ଥାପନ କରିଥିଲେ । କୃଷି ବଜେଟ୍ ର ମୁଖ୍ୟାଶଂ..
କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ
ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ
କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା ବ୍ୟୟବରାଦ
ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା
ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ
କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ
କୃଷି କ୍ଷେତ୍ରରେ ମହିଳା SHGଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ
ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି
ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ
ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି
ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି
୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି
ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି
ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି
ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି ବ୍ୟୟବରାଦ
ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି
କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି
ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ