ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ୍): ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ । ତେବେ ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ । ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି । ସେହିପରି ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, ବେକାରୀ ସମସ୍ୟା, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ବେଲ୍ ଆଦି ପ୍ରସଙ୍ଗ ଗୃହରେ ଉଠାଇବ କଂଗ୍ରେସ । ଅନ୍ୟପଟେ ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି ।
କହିରୌଖୁ କି, ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୭ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୩ରୁ ଆରମ୍ଭ ହୋଇ ଅଗଷ୍ଟ ୪ରେ ଶେଷ ହେବ । ଚଳିତ ବଜେଟ୍ ଅଧିବେଶନରେ ସମୁଦାୟ ୨୪ଟି କାର୍ୟ୍ୟଦିବସ ରହିଛି । ମୌସୁମୀ ଅଧିବେଶନରେ ଗୃହ ପ୍ରତ୍ୟେକ ଦିନ ୬ ଘଣ୍ଟା ଚାଲିବ ।