ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସମସ୍ତ ମାମଲାକୁ ଖାରଜ କଲେ ହାଇକୋର୍ଟ

0

ପୁରୀ(ଓଡ଼ିଆ ନ୍ୟୁଜ୍‌): ଦୀର୍ଘଦିନଧରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି ।ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ଜନସ୍ବାର୍ଥ ମାମଲା ସହ ଅନ୍ୟ ସମସ୍ତ ଇଣ୍ଟର୍ଭେନିଁ ପିଟିସନ ଗୁଡ଼ିକୁ ଖାରଜ କରଦେଇଛନ୍ତି ହାଇକୋର୍ଟ। ପୂର୍ବରୁ ଏ ସଂକ୍ରାନ୍ତୀୟ ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିସାରିଥିଲେ ।

ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଆଧାର କରି ହାଇକୋର୍ଟ କହିଛନ୍ତି ଯେ , ପରିକ୍ରମା ପ୍ରକଳ୍ପ ସମ୍ପର୍କିତ ଆବେଦନକୁ ଜନସ୍ବାର୍ଥ ମାମଲା କୁହାଯାଇ ପାରିବ ନାହିଁ । ତେଣୁ ମୂଳ ମାମଲା ସହିତ ଅନ୍ୟ ସମସ୍ତ ବିଚାରାଧୀନ ମାମଲା ଗୁଡ଼ିକୁ ହାଇକୋର୍ଟ ଖାରଜ କରିଛନ୍ତି । ଯେହେତୁ ପୂର୍ବରୁ ସୁପ୍ରିମକୋର୍ଟ ମାମଲାକୁ ରଦ୍ଦ କରିସାରିଛନ୍ତି , ତେଣୁ ଆଉ ଶୁଣାଣୀ କରିବାର ଆବଶ୍ୟକତା ନାହିଁ ବୋଲି ମୁଖ୍ୟ ବିଚାରପତିଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ରାୟ ଶୁଣାଇଛନ୍ତି ।

Leave A Reply

Your email address will not be published.