କାର୍ଯ୍ୟରେ ଅବହେଳା ଯୋଗୁଁ ୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): କାର୍ଯ୍ୟରେ ଅବହେଳା ଯୋଗୁଁ କଡା କାର୍ଯ୍ୟାନୁଷ୍ଠାନ ନେଲା ଉଚ୍ଚଶିକ୍ଷା ବିଭାଗ । ୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ ସହ ମୁଖ୍ୟ କିରାଣୀ ଓ କିରାଣୀଙ୍କର ମଧ୍ୟ ଦରମା ବନ୍ଦ କରାଯାଇଛି । ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି । ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ ଓ କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି । ବିଭାଗୀୟ ଚିଠିର ଉତ୍ତର ନଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନ‌ର ବିଫଳତା ବୋଲି କୁହାଯାଇଛି । ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି।  ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ବିଭାଗୀୟ ଚିଠିର ଉତ୍ତର ନ ଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନ‌ର ବିଫଳତା ବୋଲି କୁହାଯାଇଛି।ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Leave A Reply

Your email address will not be published.