ଲୋକାର୍ପିତ ହେଲା ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ସବୁ ପ୍ରତୀକ୍ଷାର ହେଲା ଅନ୍ତ । ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେଲା ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଗଜପତି ମହାରାଜାଙ୍କ ଉପସ୍ଥିତିରେ  ମୁଖ୍ୟମନ୍ତ୍ରୀଙ୍କ କର କମଳରେ ଲୋକାର୍ପିତ ହେଲା ପରିକ୍ରମା ପ୍ରକଳ୍ପ ।

ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହୋଇଛି ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି ।  ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ 5-T ଅଧ୍ୟକ୍ଷ ଭି.କେ ପାଣ୍ଡିଆ ଉପସ୍ଥିତ ଥିଲେ।

ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ପରେ ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି ଦେବେ । ଯଜ୍ଞବେଦୀ ନିକଟରେ ପହଞ୍ଚି ସାରିଛନ୍ତି ଗଜପତି ମହାରାଜା । ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା।

ପୁରୀକୁ ବିଶ୍ୱ ଐତିହ୍ୟ କରିବାରେ ପରିକଳ୍ପନା କରି ପରିକ୍ରମା ପ୍ରକଳ୍ପର ନିର୍ମାଣ ହୋଇଛି । ୪ ପବିତ୍ର ଧାମ ମଧ୍ୟରୁ ଶ୍ରୀଜଗନ୍ନାଥ ଧାମ ଅନ୍ୟତମ । ହିନ୍ଦୁ ଧର୍ମରେ ମନ୍ଦିର ପରିକ୍ରମାର ଗୁରୁତ୍ୱ ବହୁ ଅଧିକ ରହିଛି । ପରିକ୍ରମା ପ୍ରକଳ୍ପ ଶ୍ରୀକ୍ଷେତ୍ରରେ ରୂପାନ୍ତରଣ ଆଣିଛି ।

Comments are closed.