ଆସନ୍ତାକାଲି ବି ଜାରି ରହିବ ଭୀଷଣ ଗ୍ରୀଷ୍ମପ୍ରବାହ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ବି କଲବଲ କରିବ ତାତି, ଆସନ୍ତାକାଲି ବି ଜାରି ରହିବ ଭୀଷଣ ଗ୍ରୀଷ୍ମପ୍ରବାହ ।  ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକରର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। କେନ୍ଦୁଝରରେ ତାପମାତ୍ରା ୩୨.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।

ସେହିପରି ଚାନ୍ଦବାଲି ୩୧.୬, ଭୁବନେଶ୍ୱର ୩୧.୨, ବାଲେଶ୍ୱର ୩୦.୮, ଝାରସୁଗୁଡ଼ା ଓ ସମ୍ବଲପୁର ୩୦.୬ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହି ୧୧ଟି ଜିଲ୍ଲାରେ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ଦିନ ତାପମାତ୍ରା ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ। ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆର୍ଦ୍ରତା ରହୁଛି। ଏଭଳି ଉଷ୍ମ ଓ ଆର୍ଦ୍ର ସ୍ଥିତି ୩ ଦିନ ଲାଗି ରହିବ। ତେବେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସେହିଭଳି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବାହାରେ ସମାବେଶ ନକରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ନିର୍ବାଚନୀ ରାଲି ଓ ମେଳିରେ ସତର୍କତାଅବଲମ୍ବନ ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.