ଅସମ୍ଭାଳ ଗ୍ରୀଷ୍ମପ୍ରବାହ ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଦିନ ୧୧ଟାରୁ ଅପରାହ୍ଣ  ୩ଟା ପର୍ଯ୍ୟନ୍ତ ଲୋକମାନେ ବାହାରେ ନ ବୁଲିବାକୁ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରେକର୍ଡ ପରେ ରେକର୍ଡ ଭାଙ୍ଗିପାରେ ପାରଦ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ବିଶେଷ କରି ଏଥର ଏପ୍ରିଲରେ ଗ୍ରୀଷ୍ମପ୍ରବାହ ଅବଧି ଅଧିକ ରହିବା ସହ ପାରଦ ଅସ୍ବାଭାବିକ ଭାବେ ବୃଦ୍ଧି ପାଇବ।  ଏନେଇ ଅଧିକ ତଥ୍ୟ ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଗତ ୨୪ ଘଣ୍ଟାରେ ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା ରେକର୍ଡ କରାଯାଇଛି।

ସେହିପରି ଏପ୍ରିଲରୁ ଜୁନ୍ ମଧ୍ୟରେ ସ୍ବାଭାବିକ ତୁଳନାରେ ୬ରୁ ୧୪ ଦିନ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଆଜିଠାରୁ ରାତିରେ ଅନୁଭୂତ ହେବ ଗୁଳୁଗୁଳି। ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନରେ ତାତି ସହ ରାତିରେ ଗୁଳୁଗୁଳି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୁଖ୍ୟତଃ ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ଅନୁଭୂତ ହେବ ଉଷ୍ମରାତ୍ରୀ। ଏହାସହ ଆଗାମୀ ୨ ଦିନ ଭିତରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଏପ୍ରିଲ ୪ରୁ ୬ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏହି ସମୟରେ ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ମଧ୍ୟ ରାଜ୍ୟର ୮ଟି ସହରରେ ୪୦ ଡିଗ୍ରୀ ଛୁଇଁଥିଲା ପାରଦ। ଆଜି ଅନୁମାନ କରାଯାଉଛି, ଦୁଇଦିନ ଏଭଳି ତାପମାତ୍ରା ରହିବ।

ପଶ୍ଚିମାଝଡ଼ର ପ୍ରକୋପ ରହିବ। ତେଣୁ ଜଳୀୟବାଷ୍ପ ରାଜ୍ୟ ଭିତରକୁ ପ୍ରବାହ କରିବ। ଆସନ୍ତା ୪ରୁ ୬ ତାରିଖ ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ଆହୁରି ୨ରୁ ୩ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ ସ୍ଥିତି ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ମୁଖ୍ୟତଃ ରାଜ୍ୟରେ ଉଷ୍ମ ଆଦ୍ର ପାଣିପାଗ ସ୍ଥିତି ଉପୁଜିବ। ରାତି ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଛି। ତେଣୁ ଉଷ୍ମ ରାତି ଚେତାବନୀ ଜାରିହୋଇଛି। ଥିପାଇଁ କୃଷି ବିଭାଗ, ସ୍ବାସ୍ଥ୍ୟ ବିଭାଗ ସହ ନିର୍ବାଚନ ଦାୟିତ୍ବରେ ଥିବା ଅଧିକାରୀମାନଙ୍କୁ ମଧ୍ୟ କଣ କରିବେ କଣ ନକରିବେ ସେ ନେଇ ସଚେତନ କରାଯାଉଛି। ଆଗାମୀ ୫ ଦିନ ମଧ୍ୟରେ ପୂର୍ବାଞ୍ଚଳ ରାଜ୍ୟ ତଥା ଆସାମ, ସିକିମ୍, ଅରୁଣାଚଳପ୍ରଦେଶ, ପଶ୍ଚିମବଙ୍ଗ ଭଳି ରାଜ୍ୟର କିଛି ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.