ବଢୁଛି ସଂକ୍ରମଣ, ଆଜି ଦେଶରେ ୯ହଜାର ୬୨୯ କରୋନା ପଜିଟିଭ୍‌ ଚିହ୍ନଟ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) :ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଏହା ସରକାରଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛଇ । ଆଜି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୬୨୯ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୬୨୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଂଚିଛି । ଗତ ୨୪ ଘଣ୍ଟାରେ ୨୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୯୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୨୩,୦୪୫ । ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି । ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୩.୫୨% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୪୨% ରହିଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।
ଏହାଛଡା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୧,୦୧୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି । ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୪% । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୫୦,୦୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଗତକାଲି ୧,୭୯,୦୩୧ଟି ନମୁନା ପରୀକ୍ଷା କରାଯାଇଛି ।

Leave A Reply

Your email address will not be published.