ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପର୍ବପର୍ବାଣୀର ରାଜ୍ୟ ଓଡ଼ିଶା। ଏଠି ୧୨ ମାସରେ ୧୩ ପର୍ବକୁ ମିଳିମିଶି ପାଳନ କରନ୍ତି ସମସ୍ତ ରାଜ୍ୟବାସୀ। ଗଣପର୍ବ ରଜ ଏଥିରୁ ଅନ୍ୟତମ। ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ।
ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ।ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ। ଏହା ବସୁଧା ମା’ଙ୍କ ସ୍ନାନ। ପ୍ରାପ୍ତ ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ବସୁମାତାଙ୍କ ସ୍ୱରୂପକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବ ଡାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ।
ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି।ମାର୍ଗଶୀର ଶେଷ ଗୁରୁବାର ଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହିଦିନ ଖୋଲାଯାଇଥାଏ। ରଜସ୍ୱଳା ନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବା ପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ କରାଯାଏ। ବସୁମତୀ ସ୍ନାନ ଦିନ ଧରଣୀ ମା’ ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ।
Comments are closed.