ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ କହିଲେ ଆଇନ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉଠିବା ଦିନଠୁ ଗୋଟିଏ ପ୍ରସଙ୍ଗ ଯାହା ବେଶ୍ ଚର୍ଚ୍ଚାରେ ଥିଲା ତାହା ହେଲା ରତ୍ନଭଣ୍ଡାର ଭିତରେ ଥିବା ଗୁପ୍ତ ସୁଡଙ୍ଗ । ଯାହାକୁ ନେଇ ଅନେକ ଲୋକ ଅନେକ ମତ ପ୍ରକାଶ କରିଛନ୍ତି । ସାରା ଓଡିଶା ଲୋକଙ୍କ ମଧ୍ୟରେ ବି ଏହାର ଉତ୍କଣ୍ଠା ଏବେ ବି ଭରି ରହିଛି ।

ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ ବୋଲି ସୋମବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ସେ ନେଇ ସର୍ଭେ ହେବ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ୧୯୭୮ ମସିହା ଡାଟାବେସ ଅନୁଯାୟୀ ଅଳଙ୍କାର ମେଳ କରାଯିବ। ପୂର୍ବରୁ ତ୍ନଭଣ୍ଡାର ଭିତରେ ଏକ ସୁଡ଼ଙ୍ଗ ରହିଛି ବୋଲି କୁହାଯାଉଥିଲା ।

ଯାହା ଉପରେ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ତାହାକୁ ନେଇ ସର୍ଭେ ହେବ । ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ତାହା ସର୍ଭେ ଦ୍ବାରା ଜଣାପଡିବ । ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ । ମରାମତି ପରେ ଏଏସଆଇର ଉଚ୍ଚସ୍ତରୀୟ କମିଟିଙ୍କ ଦ୍ବାରା ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ ।

Comments are closed.