ମାର୍ଚ୍ଚ 14ରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା ହୋଇପାରେ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ସାରା ଦେଶରେ ଏବେ ନିର୍ବାଚନୀ ବାତାବରଣ ଦେଖିବାକୁ ମିଳିଛି । ଭାଜପା ୧୯୫ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିସାରିଥିବା ବେଳେ ଖୁବଶୀଘ୍ର କଂଗ୍ରେସ ଘୋଷଣା କରିବ ।

ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ (ଇସିଆଇ) ପକ୍ଷରୁ ପ୍ରସ୍ତୁତି ପ୍ରକ୍ରିୟା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଯେ କୌଣସି ସମୟରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ । ତେବେ ସୂଚନା ଅନୁସାରେ, ମାର୍ଚ୍ଚ ୧୪-୧୫ରେ ଲୋକସଭା ନିର୍ବାଚନ ୨୦୨୪ ପାଇଁ ତାରିଖ ଘୋଷଣା ହୋଇପାରେ । ନିର୍ବାଚନ ଅଧିକାରୀମାନେ ବର୍ତ୍ତମାନ ବିଭିନ୍ନ ରାଜ୍ୟ ଗସ୍ତ କରି ନିର୍ବାଚନ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି ।

ଏପ୍ରିଲ ମାସ ଦ୍ୱିତୀୟ ସପ୍ତାହରେ ନିର୍ବାଚନ ହେବା ନେଇ ତାରିଖ ଘୋଷଣା ହୋଇପାରେ । ଗତ ୨୦୧୯ ମସିହା ନିର୍ବାଚନ ପରି ଏଥର ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବାର ସମ୍ଭାବନା ରହିଛି । ନିର୍ବାଚନ ପାଇଁ ଆଜି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ପ୍ରେସ କନଫରେନ୍ସ ବସିବାକୁ ଯାଉଛି । ତେବେ ନିର୍ବାଚନ ତାରିଖ ଘୋଷଣା ହେବ କି ନାହିଁ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ଆସନ୍ତା ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ ।

Comments are closed.