୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ ।  ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ସଭାପତି। ଏଣେ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଉପସଭାପତି ନିହାରରଞ୍ଜନ ମହାନ୍ତି କହିଛନ୍ତି ଯେ ସକାଳ ସାଢ଼େ ୧୧ଟା ବେଳକୁ  ୱେବସାଇଟ୍‌ରେ ରେଜଲ୍ଟ ମିଳିବ।

ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ ବୋଲି ସେ ସୂଚନା ଦେଇଛନ୍ତି। ଆସନ୍ତା ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ ।

୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ।

Leave A Reply

Your email address will not be published.