ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ଅପରାହ୍ଣ ୪ଟା ୪୫ ମିନିଟ ସମୟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ଏନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ।

ପ୍ରଧାନମନ୍ତ୍ରୀ ସେଦିନ ଅପରାହ୍ନ ୨ଟା ୧୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ରାଜଭବନ ଯିବେ। ପରେ ରାଜଭବନରୁ ଜନତା ମଇଦାନକୁ ଯିବେ। ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମଇଦାନରେ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ। ୧୨ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ।

ଆସନ୍ତା ୧୨ ତାରିଖରେ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରୁ ଫେରିବା ପରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବେ ମୋଦି। ଗିରୀଶ ମୁର୍ମୁଙ୍କ ନାଁ ମୁଖ୍ୟମନ୍ତ୍ରୀ ଚର୍ଚ୍ଚାରେ ଥିବା ପ୍ରସଙ୍ଗରେ ତୋମର କହିଛନ୍ତି, ମୋ ଜାଣିବାରେ ସେଭଳି କିଛି ନାହିଁ । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ ।

Leave A Reply

Your email address will not be published.