ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଲିଙ୍ଗରାଜଙ୍କ ଆଶୀର୍ବାଦ ନେଲେ ନୂଆ ରାଜ୍ୟପାଳ। ଗତକାଲି ରାଜ୍ୟପାଳ ଓଡ଼ିଶା ପହଞ୍ଚିବା ପରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ଆଉ ଆଜି ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ନୂଆ ରାଜ୍ୟପାଳ ରଘୁବର ଦାସ । ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବାକୁ ଆସିଥିଲେ।
ଏହି ସମୟରେ ନୂଆ ରାଜ୍ୟପାଳଙ୍କୁ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ କେତେକ ନେତା ମନ୍ଦିର ନିକଟରେ ସ୍ବାଗତ ଜଣାଇଥିଲେ। ତେବେ ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ତା ପୂର୍ବରୁ ସକାଳ ୮ଟା ୪୫ ବେଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରଘୁବର। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡିଶା ଆସିଛନ୍ତି। ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ Z+ ସୁରକ୍ଷା ପ୍ରଦାନ କରାଯାଇଛି ।
ରାଜ୍ୟ ସରକାରଙ୍କ ସହ ସମନ୍ବୟ ରକ୍ଷା କରି ରଘୁବର କାମ କରିବେ ନା ଅନ୍ୟ କିଛି ରାଜ୍ୟରେ ଯେମିତି ରାଜ୍ୟପାଳ ଓ ସରକାର ଭିତରେ ବିବାଦ ଲାଗି ରହିଛି ସେମିତି ସ୍ଥିତି ଆସିବ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି।